ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି।ନୂଆ ସରକାର ଗଠନ ହେବା ପରେ ଜୁଲାଇ ମାସ ପ୍ରଥମ ସୋମବାର ଅର୍ଥାତ୍ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତାର ସମାଧାନ କରୁଛନ୍ତି। ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ହେଉଛି ଏହି ଅଭିଯୋଗ ଶୁଣାଣି। ତେବେ ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାର୍ଯ୍ୟ ଥିବାରୁ ଶୁଣାଣି ବନ୍ଦ ରହିବ। ସେହିପରି ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ।
