ସାମୁଦ୍ରିକ ଝଡ ଫେଙ୍ଗାଲ ଯୋଗୁଁ ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଥିଲା। ତେବେ ପାଣିପାଗ ବିଭାଗର ସୂଚନା ଅନୁସାରେ ଶନିବାରଠାରୁ ରାଜ୍ୟରେ ଶୀତ ବଢିପାରେ।ଦୁଇ ଦିନ ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବ । ୮ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗଡ଼ା, ବରଗଡ଼ ଏବଂ ୯ ତାରିଖରେ ଆଭ୍ୟନ୍ତରୀଣ ଓଡିଶା ସମେତ ଗଜପତି ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ତେବେ ୬, ୭ ଓ ୧୦ରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଅନ୍ୟପଟେ ଆଜି ମାଲକାନଗିରି ଓ କୋରାପୁଟ ଜିଲ୍ଲା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।