ଇଦ୍ ପାଇଁ ସାରାଦେଶ ଉତ୍ସବମୁଖର । ମସଜିଦରେ ଚାଲିଛି ସମୁହ ନମାଜ ପାଠ । ଘରେ ବି ଚାଲିଛି ନମାଜ ପାଠ । ପରସ୍ପରକୁ ଇଦର ଶୁଭେଛା ଜଣାଉଛନ୍ତି ମୁସଲିମ ଭାଇ ଓ ଭଉଣୀ । ବିରିୟାନୀ, ଲଛା, ସିମେଇ , ଖଜୁର ଓ ସର୍ବତ ପ୍ରସ୍ତୁତ ହୋଇ ରହିଛି ।ଆଜି ଇଦ ସହ ଶେଷ ହେବ ଦୀର୍ଘ ଏକ ମାସ ଧରି ଚାଲିଥିବା ବ୍ରତ। ଦିନ ସାରା ଉପବାସ ରହି ରାତିରେ ରୋଜା ପାଳୁଥିଲେ। ଏହା ରମଜାନ ମାସକୁ ଇସଲାମରେ ସବୁଠୁ ପବିତ୍ର ମାସ କୁହାଯାଏ। ଏହି ସମୟରେ ଗରୀବ ଲୋକମାନଙ୍କୁ ଦାନ ଦିଆଯାଇଥାଏ। ବିଶ୍ବାସ ରହିଛି ଏପରି କଲେ ଆଲ୍ଲା ଖୁସି ହୋଇଥାନ୍ତି।ସମୁହ ନମାଜ ପାଠ ପାଇଁ ସମସ୍ତ ମସଜିଦରେ ସକାଳୁ ସକାଳୁ ଭିଡ ଲାଗିଛି। କଟକରେ ସୁରକ୍ଷା ଦୃଷ୍ଟି କୋଣରୁ କମିଶନରେଟ ପୋଲିସ ପକ୍ଷରୁ ୧୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ କରାଯାଇଛି । ଇଦ ପାଳନ ପୂର୍ବରୁ କଟକ ସହରରେ ଫ୍ଲାଗ ମାର୍ଚ୍ଚ କରିଛି କମିଶନରେଟ ପୋଲିସ।
ଶେଖ୍ ବଜାର, ଅଲିଶା ବଜାର, ଦେୱାନ୍ ବଜାର, ଓଡ଼ିଆ ବଜାର, ସୂତା ହାଟ, କାଫଲା ବଜାର, ଆଦି ଅଞ୍ଚଳରେ ଫ୍ଲାଗ ମାର୍ଚ୍ଚ କରିଛି କମିଶନରେଟ ପୋଲିସ।