ଓଡିଶା ହାଇକୋର୍ଟ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଦିକ୍ଷିତ କ୍ରୀଷ୍ଣା ଶ୍ରୀପଦ। ହାଇକୋର୍ଟ ନୂଆ କନଫରେନ୍ସ ହଲରେ ପୂର୍ବାହ୍ନ ୧୦ଟାରେ ଶପଥପାଠ ଉତ୍ସବ ଅନୁଷ୍ଠିତ ହେବ। ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଜଷ୍ଟିସ ଶ୍ରୀପଦ କର୍ଣ୍ଣାଟକ ହାଇକୋର୍ଟରେ ବିଚାରପତି ଭାବରେ କାର୍ଯ୍ୟରତ ଥିଲେ ।ଜଷ୍ଟିସ ଶ୍ରୀପଦ ଜୁଲାଇ ୨୦,୧୯୬୪ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ୨୦୧୮ ମସିହା ଫେବ୍ରୁଆରୀ ୧୪ ତାରିଖ ରେ ସେ କର୍ଣ୍ଣାଟକ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବରେ କାର୍ଯ୍ୟରେ ଯୋଗ ଦେଇଥିଲେ । ୨୦୨୦ ଜାନୁଆରୀ ୭ ତାରିଖରେ କର୍ଣ୍ଣାଟକ ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବରେ କାର୍ଯ୍ୟରେ ଯୋଗ ଦେଇଥିଲେ।
