ଆମ୍ବେଦକର ଜୟନ୍ତୀ: ୧୪ ଏପ୍ରିଲ ସରକାରୀ ଛୁଟି

ସମାଜ ଏବଂ ସମ୍ବିଧାନ ପ୍ରତି ତାଙ୍କ ଅବଦାନ ଅତୁଳନୀୟ। ସେଥିପାଇଁ କେନ୍ଦ୍ର ସରକାର ଶୁକ୍ରବାର ଦିନ ୧୪ ଏପ୍ରିଲକୁ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ଜନ୍ମବାର୍ଷିକୀକୁ ସାଧାରଣ ଛୁଟି ଘୋଷଣା କରିଛନ୍ତି।କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ସମ୍ବିଧାନର ସ୍ଥପତି, ସମାଜରେ ସମାନତାର ଏକ ନୂତନ ଯୁଗ ପ୍ରତିଷ୍ଠା କରିଥିବା ବ୍ୟକ୍ତି, ଆମର ପୂଜ୍ୟ ବାବା ସାହେବ ଡକ୍ଟର ଭୀମରାଓ ଆମ୍ବେଦକର ଜୀଙ୍କ ଜନ୍ମ ବାର୍ଷିକୀରେ ସରକାରୀ କ୍ଷେତ୍ରରେ ସାଧାରଣ ଛୁଟି ରହିବ। ଏହି ନିଷ୍ପତ୍ତି ନେଇ ବାବା ସାହେବଙ୍କ ଜଣେ ଉତ୍ସର୍ଗୀକୃତ ଅନୁଗାମୀ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ଭାବନାକୁ ସମ୍ମାନ ଦେଇଛନ୍ତି ବୋଲି କହିଛନ୍ତି ସଂସ୍କୃତି ମନ୍ତ୍ରୀ।

ଅଧିକ ପଢନ୍ତୁ

kc ads