ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ରାତି ପାହିଲେ ଆରମ୍ଭ ହେବ ବହୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ କରାଯାଇଛି। ନୀତିନିର୍ଘଣ୍ଟ ଅନୁସାରେ ରାତ୍ର ୨ଟାରୁ ଦ୍ୱାର ଫିଟିବ। ଦ୍ୱିପହର ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ଶେଷ ପରେ ଦିନ ପ୍ରାୟ ୧୨ଟା ୩୦ ବା ୧ଟାରୁ ଆରମ୍ଭ ହେବ ମରାମତି। ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍‌ ସର୍ଭେ ରିପୋର୍ଟ ଆଧାରରେ ଓ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ। ଉପସ୍ଥିତ ରହିବେ ଏଏସ୍ଆଇର ସଂରକ୍ଷଣ ଓ ରାସାୟନିକ ଆଦି ବିଭାଗର ବରିଷ୍ଠ ବୈଷୟିକ ବିଶେଷଜ୍ଞ। ଏଥିସହ ଡାକ୍ତରୀ ଟିମ, ଅଗ୍ନିଶମ କର୍ମଚାରୀ ଓ ASIର ସ୍ୱତନ୍ତ୍ର ଟିମ୍‌ ଉପସ୍ଥିତ ରହିବେ।

ରତ୍ନଭଣ୍ଡାର ମରାମତି ସମୟରେ ଏ ଏସ୍ ଆଇ ପକ୍ଷରୁ କାମ କରୁଥିବା ଶ୍ରମିକ ଓ ଅଧିକାରୀଙ୍କୁ ପରିଚୟ ପତ୍ର ଦିଆଯିବ । ସେମାନେ ପରିଚୟ ପତ୍ର ଦେଖାଇ ଭିତରକୁ ପ୍ରବେଶ କରି କାମ କରିବେ। ନୀତିକାନ୍ତି ଯେପରି ପ୍ରଭାବିତ ହେବନାହିଁ ଓ ଦର୍ଶନ ଶୃଙ୍ଖଳିତ ହେବ, ତା ଉପରେ ଗୁରୁତ୍ୱ ଦିଆଯାଇଛି ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ । ପ୍ରତିଦିନ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଭିତରେ ରତ୍ନଭଣ୍ଡାରର ମରାମତି କରାଯିବ ବୋଲି କହିଛନ୍ତି ପୁରୀ ଏସ୍ ପି ।

ଅଧିକ ପଢନ୍ତୁ