ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୫ ଡିଗ୍ରୀ ବଢ଼ିଯିବ ।

କାଳବୈଶାଖୀର ତାଣ୍ଡବ ପରେ ରାଜ୍ୟରେ ବଦଳିବ ପାଗ । ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୫ ଡିଗ୍ରୀ ବଢ଼ିଯିବ ।ସୂଚନା ଅନୁସାରେ, ରାଜ୍ୟରେ ପୁଣି ଉପରମୁହାଁ ହେବ ପାରଦ । ଆସନ୍ତା ୩ ଦିନ ଭିତରେ ପୁଣି ତାପାମାତ୍ରା ବୃଦ୍ଧି ପାଇବା ଆଶଙ୍କା ରହିଛି । ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ । ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ତାପମାତ୍ରା ହ୍ରାସ ପାଇଥିଲା ।ସେହିଭଳି ରାତି ତାପମାତ୍ରା ବି ୨ରୁ ୪ ଡିଗ୍ରୀ ବଢ଼ିପାରେ। ରାଜଧାନୀ ଭୁବନେଶ୍ୱର, କଟକ, ବଲାଙ୍ଗୀରରେ ବର୍ଷା ହୋଇଛି। ସୋମବାର ମାଲକାନଗିରିରେ ଦିନ ତାପମାତ୍ରା ସର୍ବାଧିକ ୩୬.୮ ଡିଗ୍ରୀ ଥିଲା।

ଅଧିକ ପଢନ୍ତୁ

kc ads