OWSSB ( ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ ) ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି । ଏକାକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ସ୍ବରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟରେ ଇନଚାର୍ଜ ଭାବେ କାର୍ଯ୍ୟରତ ଅଛନ୍ତି । ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ । ଚଢାଉରେ ୭ ଡିଏସପି, ୯ ଇନସ୍ପେକ୍ଟର, ୧୦ ଏଏସଆଇ ସାମିଲ ହୋଇଛନ୍ତି । ତେବେ ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।
