ଉତ୍ତରାଛକରୁ ପୁରୀ ଲାଗିବ ସିସି କ୍ୟାମେରା

ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ପୁଲିସ ମହାନିର୍ଦେଶକ(ଡିଜିପି)ଙ୍କ ଅଧ୍ୟକ୍ଷତାରେ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରଥଯାତ୍ରା ଆୟୋଜନକୁ ନେଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଥିଲା। ରଥଯାତ୍ରାରେ ସମ୍ଭାବ୍ୟ ଭିଡ଼ ନିୟନ୍ତ୍ରଣ ଓ ଗତ ବର୍ଷ ହୋଇଥିବା ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ଏବେଠାରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିବା ପାଇଁ ଡିଜିପି ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବିଭିନ୍ନ ପ୍ରସଙ୍ଗରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ଉତ୍ତରା ଛକରୁ ପୁରୀ ପର୍ଯ୍ୟନ୍ତ ସିିସିଟିଭି ଲଗାଇବା, ଟ୍ରାଫିକ ସମସ୍ୟା, ଗାଡ଼ି ପାର୍କିଂ, ଶୃଙ୍ଖଳିତ ରଥଟଣା ଏବଂ ବ୍ୟାରିକେଡ ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା ହୋଇଛି।

ଅଧିକ ପଢନ୍ତୁ