ରାଜ୍ୟରେ ବେଶ୍ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି।ଉତ୍ତର ପଶ୍ଚିମ ଓଡ଼ିଶାର ୯ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିପାରେ।ଏଥିପାଇଁ କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ସମେତ ୧୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।
