ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି। ଭାରତର ସମ୍ବିଧାନ ଦ୍ୱାରା ପ୍ରଦତ୍ତ କ୍ଷମତା ବ୍ୟବହାର କରି, ଭାରତର ରାଷ୍ଟ୍ରପତି, ଭାରତର ମୁଖ୍ୟ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ, କଲିକତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତି ଦେଇଥିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ।

ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ୍ ଟଣ୍ଡନ୍ ।ସୂଚନାଯୋଗ୍ୟ, ଗତ ଚଳିତ ମାସ ୬ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ୍ କଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତି ପାଇଁ ସୁପାରିଶ କରିଥିଲେ। ଗତ ଜାନୁଆରୀ ୧୯ରେ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହଙ୍କ ଅବସର ପରେ ଏହି ସୁପାରିଶ କରାଯାଇଥିଲା। ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବରେ କାର୍ଯ୍ୟରତ ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କୁ ଗୁରୁବାର କଲେଜିୟମ୍ ଦ୍ୱାରା ଆହ୍ଲାବାଦ ହାଇକୋର୍ଟକୁ ସ୍ଥାନାନ୍ତର ପାଇଁ ସୁପାରିଶ କରାଯାଇଥିବାବେଳେ ଶୁକ୍ରବାର ଜଷ୍ଟିସ୍ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମଳିଛି।୧୯୬୪ ମସିହା ନଭେମ୍ବର ମାସ ୧୬ ତାରିଖରେ ଜଷ୍ଟିସ୍ ଟଣ୍ଡନ ଜନ୍ମଗ୍ରହଣ କରିଛନ୍ତି । ୧୯୮୩ ମସିହାରେ କୋଲକାତା ବିଶ୍ୱବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ ପରେ ୧୯୮୯ ମସିହାରେ ସେହି ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିଥିଲେ । ସେହିବର୍ଷ ସେପ୍ଟେମ୍ବର ୨୬ ରେ ଓକିଲ ଭାବେ ନାମ ପଞ୍ଜିକରଣ କରି ସେ ପ୍ରାକ୍ଟିସ୍ ଆରମ୍ଭ କରିଥିଲେ । ୨୦୧୦ ଏପ୍ରିଲ୍ ୧୩ ତାରିଖରେ କୋଲକାତା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ ।

ଅଧିକ ପଢନ୍ତୁ

kc ads