ଓଡ଼ିଶାରେ ରହିଛି ଭରପୁର ସୁନା ଖଣି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ମନ୍ତ୍ରୀ କହିଛନ୍ତି, ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ସୁନା ଖଣି ଥିବା ସୂଚନା ମିଳିଛି ।ପୂର୍ବରୁ ରାଜ୍ୟରେ ଦେବଗଡ଼ ଜିଲାର ଆଡ଼ାସ-ରାମପାଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ ସଂସ୍ଥା ଦ୍ୱାରା ତମ୍ବାପଥର ପାଇଁ ଜି-୨ସ୍ତରରେ ଅନ୍ବେଷଣ କଲାବେଳେ ସୁନାର ସନ୍ଧାନ ମିଳିଛି। ତେବେ କେନ୍ଦୁଝର ଜିଲାର ଗୋପୁର-ଗାଜିପୁର ମାଙ୍କଡ଼ଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ଲାଗି ଅନୁସନ୍ଧାନ ଜାରି ରହିଥିବା ନେଇ ବିଧାନସଭାରେ ଗୁରୁବାର ଖଣି ମନ୍ତ୍ରୀ ବିଭୂତି ଜେନା ଲିଖିତ ଉତ୍ତର ରଖିଛନ୍ତି।ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶୀପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ସୁନା ଖଣି ଅନ୍ଵେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛି ।
