କାଳବୈଶାଖୀ ପ୍ରଭାବରେ ଆସନ୍ତା ୩ ତାରିଖ ଯାଏ ବର୍ଷାର ଅଧିକ ସମ୍ଭାବନା ଅଛି ।

ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରିକରଛି।ଆଜି ସମସ୍ତ ସହରର ତାପମାତ୍ରା ୪୦ ଡିଗ୍ରି ତଳକୁ ଖସିବା ସହ ଝାରସୁଗୁଡ଼ାର ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯.୮ ଡିଗ୍ରି ରହିଥିଲା । କେନ୍ଦୁଝରରେ ସର୍ବାଧିକ ୩୧.୨ ମିମି ବର୍ଷା ହୋଇଛି । ‌ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ ଏବଂ ଢେଙ୍କାନାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି ।

ଏସବୁ ଜିଲ୍ଲାଗୁଡ଼ିକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।୨ ଓ ୩ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହିତ ବର୍ଷା ଓ ପବନ ହେବ । ଆସନ୍ତା ୪ ଦିନ ଦିନ ତାପମାତ୍ରା ଅପେକ୍ଷାକୃତ କମ୍‌ ରହିବ। ପରେ ତାତି ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଅଧିକ ପଢନ୍ତୁ

Odisha Darpan Digital