କିଟ୍ ଘଟଣାକୁ ନେଇ ଆକ୍ସନ ମୋଡ୍ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। Nepal Student Suicide ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର।କମିଟିରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ବିଭାଗର ପ୍ରମୁଖ ସଚିବ ଓ ଉଚ୍ଚଶିକ୍ଷା ସଚିବ ସାମିଲ । ଘଟଣାର ନିରପେକ୍ଷ ତଦନ୍ତ କରିବ କମିଟି ।KIIT student death: କମିଟି ଗଠନ କରିବା ସହ ଛାତ୍ରୀଛାତ୍ରୀଙ୍କୁ ଘରୋଇ ସୁରକ୍ଷାକର୍ମୀ ମାଡ଼ ମାରିବାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ସେମାନଙ୍କୁ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସମସ୍ତ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ସମ୍ମାନ ନେଇ ସରକାର ପ୍ରତିଶ୍ରୁତିବଦ୍ଧ।
ନ୍ୟାୟ ଦେବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେବେ।କିଟ୍ କଲେଜ୍ରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟାକୁ ନେଇ ନ୍ୟାୟ ଦାବି କଲେ ମୃତ ଛାତ୍ରୀଙ୍କ ବାପା । କହିଲେ ଓଡ଼ିଶା ପୋଲିସ ଓ ଏଠାକାର ନାୟିକ ବ୍ୟବସ୍ଥା ଉପରେ ସମ୍ପୂର୍ଣ୍ଣ ଭରସା ଅଛି । ଝିଅ ମୃତ୍ୟୁ ପାଇଁ ତାଙ୍କୁ ନିଶ୍ଚିନ୍ତ ନ୍ୟାୟ ମିଳିବ ବୋଲି ମୃତ ଛାତ୍ରୀଙ୍କ ବାପା କହିଛନ୍ତି । ପ୍ରେମ, ପ୍ରତାରଣାକୁ ନେଇ କିଟ୍ ଛାତ୍ରୀ ଆତ୍ମହତ୍ୟା କରିଥିବା ଅଭିଯୋଗ ପରେ ତାଙ୍କ ପୁରୁଷ ବନ୍ଧୁକୁ ଗିରଫ କରାଯାଇଛି ।