ଯାଜପୁର ପାଣିକୋଇଲି ଥାନା ପୁରୁଣା ଟୋଲଗେଟ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨ ମୃତ । ଘଟଣା ସ୍ଥଳରେ କୁନିପୁଅ ଆଖି ସାମ୍ନାରେ ଚାଲିଗଲା ମାଆଙ୍କ ଜୀବନ । ଗୁରୁତର ବାପାଙ୍କ ଚିକିତ୍ସାଧିନ ଅବସ୍ଥାରେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ହୋଇଛି ।ସୂଚନାଯୋଗ୍ୟ ଯେ, ଗୋଟିଏ ପରିବାରର ବାପା-ମା’ ଓ ତାଙ୍କର ୪ ବର୍ଷର ଶିଶୁ ପୁତ୍ର ଏକ ବାଇକ୍ରେ କୁଆଖିଆ ଆଡୁ ପାଣିକୋଇଲି ଅଭିମୁଖେ ଯାଉଥିଲେ । ହଠାତ ପୁରୁଣା ଟୋଲଗେଟ୍ ନିକଟରେ ତାଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ଘଟଣାସ୍ଥଳରେ ମା’ଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ଥାନୀୟ ସ୍ୱେଚ୍ଛାସେବୀ ଓ ପୋଲିସ ସହାୟତାରେ ଗୁରୁତର ବାପାଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ମାତ୍ର ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ୪ ବର୍ଷର ଶିଶୁ ପୁତ୍ରକୁ ପାଣିକୋଇଲି ପୋଲିସ ହେପାଜତକୁ ନେଇ ଥାନାରେ ରଖିଛି । ଯାଏଁ ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିଲା । ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ପାଣିକୋଇଲି ଥାନା ପୋଲିସ ।
