ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ଥିବା କୁଳଡିହା ଅଭାୟାରଣ୍ୟରେ ଆଜି ଠାରୁ ଆରମ୍ଭ ହୋଇଛି ବାଘ ଗଣନା ।।ବାଘ ଗଣନା ପାଇଁ ୧୭ଟି ଟିମ୍ ନିୟୋଜିତ ହୋଇଛନ୍ତି। ୨୭ହଜାର ୨ ୭୫ ବର୍ଗ କିଲୋମିଟର ପରିମିତ ଏହି ଅଭୟାରଣ୍ୟରେ ବିଭିନ୍ନ ପ୍ରଜାତିର ଜୀବଜନ୍ତୁ ଅଛନ୍ତି । ଏହି ଜଙ୍ଗଲରେ କଲରାପତରିଆ, ହେଟା ବାଘ ଥିବାବେଳେ ଗତବର୍ଷ ଶିମିଳିପାଳରୁ ଏକ ମହାବାଳବାଘ ଆସି ବେଶ କିଛିଦିନ ରହିଥିଲା ।
ଜୀବଜନ୍ତୁ ,ଗୋରୁଗାଈ ଶିକାର କରିଥିଲା । ଆଜି ବନବିଭାଗର ଟିମ କୁଳଡିହା ଅଭୟାରଣ୍ୟର ଚାରିପଟୁ ଘଞ୍ଚଜଙ୍ଗଲ ଭିତରକୁ ପଶିଛନ୍ତି । ପୂର୍ବରୁ ବାଘ ଗଣନା ପାଇଁ ପ୍ଲାଷ୍ଟର ପ୍ୟାରିସ ବ୍ୟବହାର ହୋଇଥିଲା । ଚଳିତ ବର୍ଷ ଟ୍ରାପ କ୍ୟାମେରା ମାଧ୍ୟମରେ ବାଘକୁ ଚିହ୍ନଟ କରାଯିବ। ତେବେ ୭ଦିନ ଧରି କୁଳଡିହାରେ ବାଘ ଗଣନା କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ବାଘ ଗଣନାକୁ ନେଇ ପଶୁପ୍ରେମୀଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି।
