ଭୂସଂସ୍କାର ଆଇନ ୧୯୬୦ ଅନୁସାରେ ଯଦି କେହି ଆଦିବାସୀ ଜମି କିଣନ୍ତି, ତାକୁ ବେଆଇନ ଘୋଷଣା କରି ଉଚ୍ଛେଦ ପ୍ରକ୍ରିୟା ଜରିଆରେ ସମ୍ପୃକ୍ତ ଆଦିବାସୀ ଲୋକଙ୍କୁ ଜମି ଫେରସ୍ତ ନିୟମ ରହିଛି । ଏପରି ୬୫୪ ମାମଲା ବିଚାରାଧୀନ ଅଛି । ସେହିପରି କେହି ଅଣ ଆଦିବାସୀ ଯଦି ଆଦିବାସୀ ଜମି କିଣନ୍ତି, ତାକୁ ବିଚାର କରିବା କ୍ଷମତା ଜିଲ୍ଲାପାଳଙ୍କୁ ଦିଆଯାଇଛି । ଏହିଭଳି ୬୫୪ ମାମଲା ବିଚାରାଧୀନ ଅଛି । ଯଦି କେହି ଆଦିବାସୀ ଜମି ଦଖଲ କରିଛନ୍ତି, ତାକୁ ବି ବେଆଇନ ଘୋଷଣା କରାଯିବ , ଏପରି ୮୮୧ ମାମଲା ବିଚାରାଧୀନ ଅଛି ସେହିପରି କେହି ଅଣ ଆଦିବାସୀ ଯଦି ଆଦିବାସୀ ଜମି କିଣନ୍ତି, ତାକୁ ବି ବେଆଇନ ଘୋଷଣା କରି ଆଦିବାସୀଙ୍କୁ ଫେରସ୍ତ ହେବ । ତାହାର ଆବଶ୍ୟକତାକୁ ବିଚାର କରିବା କ୍ଷମତା ଉପ ଜିଲ୍ଲାପାଳଙ୍କୁ ଦିଆଯାଇଛି ।
ଯଦି ବିଚାର ନ ହୁଏ, ଉପଜିଲ୍ଲାପାଳ ଏହାକୁ ଅସିଦ୍ଧ ଘୋଷଣା କରି ପାରବେ । ଏହିପରି ୧୨୨୭୯ ମାମଲା ବିଚାରାଧୀନ ଥିବା ଗୃହରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଉତ୍ତର ରଖିଛନ୍ତି । ଜମି ବଦଳରେ ଜମି ଦେବା ନେଇ ସରକାର ଯୋଜନା କରୁଛନ୍ତି , ଯଦି କୌଣସି ପ୍ରକଳ୍ପ ପାଇଁ ଲୋକଙ୍କ ଜମି ନିଆଯାଉଛି କ୍ଷତିପୂରଣ ପରିବର୍ତ୍ତେ ଅନ୍ୟତ୍ର କିଭଳି ଜମି ଦିଆଯାଇ ପାରିବ ସେ ନେଇ ବ୍ୟବସ୍ଥା କରାଯିବ । ଏହା ଉପରେ ସେ ଆହୁରି ମଧ୍ୟ କହିଛନ୍ତି କନସିଭ ନୁହେଁ ଆମ ସରକାର ଡେଲିଭରି କରିବ ।