ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ

ବଲାଙ୍ଗିର ଗନ୍ଧମାର୍ଦ୍ଦନ ପାହାଡ଼ରେ ପୋଲିସ ମାଓ ମୁହାଁ ମୁହିଁ । ଉଭୟ ପକ୍ଷରୁ ଗୁଳି ବିନିମୟ ଚାଲିଥିବା ସୂଚନା । ଖପ୍ରାଖୋଲ ବ୍ଲକ ଭାନପୁର ଗାଁ ନିକଟରେ ହୋଇଛି ଏଭଳି ଘଟଣା।ପୋଲିସର ସର୍ଚ୍ଚ ଅପରେସନ୍ ଜାରି ରହିଥିବା ବଲାଙ୍ଗୀର ଏସପି ସୂଚନା ଦେଇଛନ୍ତି । ଜଙ୍ଗଲରେ ମାଓବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା କମ୍ବିଂ ଅପରେସନ୍ ।

ସୂଚନା ଅନୁସାରେ ମଙ୍ଗଳବାର ଦିନ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ କାଙ୍କେର ଏବଂ ନାରାୟଣପୁର ଜିଲ୍ଲା ସୀମାନ୍ତରେ ଗୁଳିବିନିମୟରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିଲା । ଘଟଣାସ୍ଥଳରୁ ଗୋଟିଏ SLR ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଥିଲେ ସୁରକ୍ଷାକର୍ମୀ । ଏନକାଉଣ୍ଟରରେ ଜଣେ ହାର୍ଡ କୋର ମାଓବାଦୀ ନିହତ |

ଅଧିକ ପଢନ୍ତୁ