ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର । ପୁଣି ଶସ୍ତା ହେଲା ସୁନା । ଆଜି ବି କମିଲା ସୁନା ଦର । ୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୯୩,୯୩୦ ଟଙ୍କା ରହିଛି । ଗତକାଲି ଏହା ୯୬,୦୬୦ ଟଙ୍କା ଥିଲା । ଏଥିରେ ୨,୧୩୦ ଟଙ୍କା ହ୍ରାସ ହୋଇଛି ।୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୮୬,୧୦୦ ଟଙ୍କା ରହିଛି । ଗତକାଲି ଏହା ୮୮,୦୫୦ ଟଙ୍କା ଥିଲା । ଏଥିରେ ୧,୯୫୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍କୁ ୭୦,୪୫୦ ଟଙ୍କା ରହିଛି । ଗତକାଲି ଏହା ୭୨,୦୪୦ ଟଙ୍କା ଥିଲା । ଏଥିରେ ୧,୫୯୦ ଟଙ୍କା ହ୍ରାସ ହୋଇଛି ।ସେହିପରି କଟକରେ ଆଜି ଖାଣ୍ଟି ସୁନା ବା ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୯୩,୯୩୦ ଟଙ୍କାରେ ପହଞ୍ଚିଛି। ଗହଣା ତିଆରି ହେଉଥିବା ୨୨ କ୍ୟାରେଟ ସୁନା ଦାମ ୧୦ ଗ୍ରାମ ପିଛା ୮୬,୧୦୦ ଟଙ୍କା ହୋଇଛି।ସେହିପରି ରୁପା ଦାମ୍ ମଧ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୦,୮୦୦ ରହିଛି ।