ଚାନ୍ଦିପୁରରେ କ୍ଷେପଣାସ୍ତ୍ର ପରୀକ୍ଷଣ

ଚାନ୍ଦିପୁରରେ ଆଜି କ୍ଷେପଣାସ୍ତ୍ର ପରୀକ୍ଷଣ। ଏଥିଲାଗି ସ୍ଥାନାନ୍ତର ହେବେ ୬ ଗାଁର ଲୋକେ। ୬ଟି ଗାଁର ପ୍ରାୟ ୩୨୦୦ ବାସିନ୍ଦାଙ୍କୁ ସ୍ଥାନାନ୍ତରଣ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଚାନ୍ଦିପୁର ଆଇଟିଆର ଏଲସି-୩ କ୍ଷେପଣାସ୍ତ୍ର ଘାଟିରୁ ହେବାକୁ ଥିବା କ୍ଷେପଣାସ୍ତ୍ର ପରୀକ୍ଷଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି।ଆଶ୍ରୟସ୍ଥଳୀ ଗୁଡିକରେ ସ୍ଥାନାନ୍ତରିତ ଲୋକଙ୍କ ପାଇଁ ୧୦୦ରୁ ଉର୍ଦ୍ଧ୍ବ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି । କ୍ଷେପଣାସ୍ତ୍ର ପରୀକ୍ଷା ଶେଷ ହେବା ପର୍ଯ୍ୟନ୍ତ ଅସ୍ଥାୟୀ ଶିବିରରେ ରହିବାକୁ ସୂଚନା ଦିଆଯାଇଛି ।

ଅଧିକ ପଢନ୍ତୁ

kc ads