ଜଟଣୀ ପୌର ଅଧିକାରୀଙ୍କ ଘରୁ ମିଳିଲା ୧୭ ଲକ୍ଷ ନଗଦ ଟଙ୍କା, ୨ ବହୁତଳ କୋଠା

ଜଟଣୀ ମ୍ୟୁନିସିପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ କୋଠା ଓ ଜମି ସଉକ । ଭିଜିଲାନ୍ସ ଚଢାଉ ବେଳେ ୧୧ଟି ପ୍ଲଟ ଓ ବଡ଼ ବଡ଼ କୋଠା ଠାବ କରିଛି ଭିଜିଲାନ୍ସ ।ରେଡ୍‌ ବେଳେ ଖଟ ତଳୁ ମିଳିଛି ନଗଦ ୧୭ ଲକ୍ଷ ଟଙ୍କା। ଏହା ସହ ଦେଢ ଶହ ଗ୍ରାମର ସୁନା ଅଳଙ୍କାର।ଖଟ ତଳେ ଗଦି ମରାଯାଇ ରଖା ଯାଇଥିଲା ଖାଲି ପାଞ୍ଚ ଶହ ଟଙ୍କିଆ ବିଡା।ଏହା ସହ ବ୍ରହ୍ମପୁର ସହରର ଗୋବିନ୍ଦ ନଗରଠାରେ ଥିବା ନିଜ ଘର ଓ ଅର୍ଦ୍ଧ ନିର୍ମିତ କୋଠା ଘରେ ବି ଚାଲିଛି ଚଢାଉ। ସେହିପରି ଲାଞ୍ଜିପଲ୍ଲୀଠାରେ ରହୁଥିବା ସୂର୍ଯ୍ୟମଣିଙ୍କ ଶଳାଙ୍କ ଘରେ ମଧ୍ୟ ଭିଜିଲାନ୍ସର ଏକ ଟିମ୍ ଚଢ଼ାଉ କରିଛି। ଅନ୍ୟପଟେ ଜଟଣୀ ଓ ଭୁବନେଶ୍ୱର ବାସଭବନରେ ମଧ୍ୟ ଚଢ଼ଉ ଜାରି ରହିଥିବା ସୂଚନା ମିଳିଛି। କଟକ ଭିଜିଲାନ୍ସ ଟିମ୍ ପକ୍ଷରୁ ଏହି ଚଢାଉ ଜାରି ରହିଛି। ଗଞ୍ଜାମ ଜିଲା ସୋରଡ଼ାରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ ଚାଲିଛି।

ଅଧିକ ପଢନ୍ତୁ

Odisha Darpan Digital