ଜଷ୍ଟିସ୍ ଭୂଷଣ ରାମକୃଷ୍ଣ ଗଭଇ ହେବେ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି।

ଜଷ୍ଟିସ୍ ଭୂଷଣ ରାମକୃଷ୍ଣ ଗଭଇ ହେବେ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ସିଜେଆଇ ଜଷ୍ଟିସ୍ ସଞ୍ଜୀବ ଖାନ୍ନା ବୁଧବାର ସୁପ୍ରିମକୋର୍ଟର ସବୁଠାରୁ ବରିଷ୍ଠ ବିଚାରପତି ବି.ଆର. ଗଭଇଙ୍କୁ ତାଙ୍କ ଉତ୍ତରାଧିକାରୀ କରିବାକୁ ସୁପାରିଶ କରିଛନ୍ତି।ତେବେ ସେ ସେ ମେ’୧୪ ତାରିଖରେ ଦେଶର ୫୨ତମ ସିଜେଆଇ ଭାବରେ ଶପଥ ନେବେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଗଭାଇଙ୍କୁ ଶପଥ ପାଠ କରାଇବେ। ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ୬୫ ବର୍ଷ ବୟସରେ ଅବସର ନେବା ପରେ ଜଷ୍ଟିସ ଖାନ୍ନା ନଭେମ୍ବର ୨୦୨୪ରେ ସିଜେଆଇ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ ଏବଂ ବର୍ତ୍ତମାନ ଜଷ୍ଟିସ ଖାନ୍ନା ଅବସର ନେଉଛନ୍ତି।

ଅଧିକ ପଢନ୍ତୁ

kc ads