ଜୁନ୍ ୧ରୁ କେରଳ ଛୁଇଁବ ମୌସୁମୀ । ଏ ବର୍ଷ ଦେଶରେ ଅଧିକ ମୌସୁମୀ ବର୍ଷା ସମ୍ଭାବନା

ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ଗରମ ବଢ଼ିବନି। କାଳବୈଶାଖୀ ଓ ଟ୍ରପଲାଇନ୍‌ର ପ୍ରଭାବ ଯୋଗୁ ଅଧିକ ଗରମ ଅନୁଭୂତ ହେବନାହିଁ। ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହି ପୂର୍ବାନୁମାନ କରିଛନ୍ତି । ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁରରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ଅଛି। ପବନର ବେଗ ୫୦ରୁ ୬୦ କିମି ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ।

ଭାରତୀୟ ପାଣିପାଗ ବିଭାଗ ମେ ମାସକୁ ନେଇ ଆକଳନ କରି କହିଛି, ମେ ମାସରେ ସ୍ୱାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ। ରାତି ବେଳା ଅଧିକ ଗରମ ଓ ଗୁଳୁଗୁଳି ସମ୍ଭାବନା ରହିଛି।ଜାତୀୟ ପାଣିପାଗ ବିଭାଗ ସୂଚନା ମୁତାବକ ଚଳିତ ବର୍ଷ ରାଜ୍ୟରେ କାଳବୈଶାଖୀ ସାଙ୍ଗକୁ ଖରାର ମାତ୍ରା ମଧ୍ୟ ବଢ଼ିବ । ଜୁନ୍ ୧ରୁ କେରଳ ଛୁଇଁବ ମୌସୁମୀ । ଏ ବର୍ଷ ଦେଶରେ ଅଧିକ ମୌସୁମୀ ବର୍ଷା ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଅଧିକ ପଢନ୍ତୁ

kc ads