ଜୁନ ୨୫ ତାରିଖରେ ଦେଶବ୍ୟାପୀ ସମ୍ବିଧାନ ହତ୍ୟା ଦିବସ ପାଳନ କରାଯିବ। ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ସମ୍ବିଧାନ ହତ୍ୟା ଦିବସ ପାଳନ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସ୍ଥିର କରାଯାଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ରେଜିଷ୍ଟ୍ରାର ଏବଂ ପ୍ରିନ୍ସିପାଲ୍ଙ୍କୁ ଚିଠି କରାଯାଇଛି। ଏମର୍ଜେନ୍ସି ଲାଗୁକୁ ୫୦ ବର୍ଷ ପୂର୍ତ୍ତି ଅବସରରେ ସଚେତନ କରାଯିବ । ସମ୍ବିଧାନର ସୁରକ୍ଷା ଓ ଅଧିକାର ନେଇ ହେବ ଆଲୋଚନା । ସମସ୍ତ ଶିକ୍ଷାନୁଷ୍ଠାନରେ ଆୟୋଜିତ ହେବ ସଚେତନ କାଯ୍ୟକ୍ରମ ।
