ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ

ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ। ହାଇଆଲର୍ଟ ନେଇ ପୁରୀ ଏସ୍‌ପି ଦେଇଛନ୍ତି ସୂଚନା। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ବ, ରେଲେୱ ଷ୍ଟେସନ, ବସ୍‌ଷ୍ଟାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ପାଟ୍ରୋଲିଂ ବୃଦ୍ଧି ସହ ସମସ୍ତ ଆଇଆଇସିଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ହୋଇଛି। କେବଳ ପୁରୀ ନୁହେଁ ଦିଲ୍ଲୀ ବିସ୍ଫୋରଣ ପରେ ବଢ଼ିଲା ହୀରାକୁଦ ଡ୍ୟାମ୍‌ ସୁରକ୍ଷା। ହୀରାକୁଦ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି ନେଇ ସମ୍ବଲପୁର ଏସ୍‌ପି ଦେଇଛନ୍ତି ସୂଚନା। ସୋମବାର ଦିନ ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ଏକ କାର ବିସ୍ଫୋରଣ ଯୋଗୁଁ ବ୍ୟାପକ ଆତଙ୍କ ସୃଷ୍ଟି ହୋଇଛି। ଏହି ଘଟଣାରେ ୮ ରୁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦିଲ୍ଲୀ ପୋଲିସ ସମେତ ଅନେକ ତଦନ୍ତକାରୀ ସଂସ୍ଥା ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ଅଧିକ ପଢନ୍ତୁ