ଦୁଇ ବର୍ଷରେ ସାପ କାମୁଡ଼ାରେ ଗଲାଣି ୧୮୫୯ ଜୀବନ

ରାଜ୍ୟରେ ଦିନକୁ ଦିନ ବଢୁଛି ସାପ କାମୁଡା ଜନିତ ମୃତ୍ୟୁ । ତେବେ ଗତ ଦୁଇ ବର୍ଷ ମଧ୍ୟରେ ସାପ କାମୁଡ଼ାରେ ଯାଇଛି ୧୮୫୯ ଜୀବନ । ରାଜ୍ୟରେ କେତେ ପରିମାଣ ଲୋକ ସାପ କାମୁଡ଼ାରେ ମରିଛନ୍ତି ସେନେଇ ଆଜି ଗୃହରେ ବସ୍ତା ବିଧାୟିକା ସୁବାସିନୀ ଜେନା ପ୍ରଶ୍ନ ପଚାରିଥିଲେ ଯାହାର ଉତ୍ତରରେ ଏହି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଉତ୍ତର ରଖିଛନ୍ତି ।ଖାଲି ୨୦୨୩-୨୪ ଆର୍ଥିକ ବର୍ଷରେ ୧୧୫୦ ଜଣ ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୨୨ ଜଣ ମୃତକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁକମ୍ପା ରାଶି ମିଳିଛି । ସେହିପରି ୨୦୨୪-୨୫ରେ ୭୦୯ ଜଣଙ୍କର ସାପ କାମୁଡ଼ାରେ ମୃତ୍ୟୁ ହୋଇଛି । ଏଥିରୁ ୪୩୫ ଜଣଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କରାଯାଇଛି ।

ଅଧିକ ପଢନ୍ତୁ