ଦ୍ଵିତୀୟ ପର୍ଯ୍ୟାୟ ପୂର୍ବରୁ ଏକ ଟଙ୍କା ପଠାଯାଇ ନାହିଁ

ଅକ୍ଟୋବର ୯ ତାରିଖରେ ବା ବୁଧବାର ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ ପୂର୍ବରୁ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ସରକାର।ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇଯିବାର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ଦ୍ଵିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ। ସୋସିଆଲ ମିଡିଆରେ ଚାଲୁଥିବା ଏହି ମିଥ୍ୟା ଖବର ଦ୍ଵାରା ଭ୍ରମିତ ନ ହେବା ପାଇଁ ବିଭାଗ ତରଫରୁ ଅନୁରୋଧ କରାଯାଉଛି।

ଅଧିକ ପଢନ୍ତୁ

Odisha Darpan Digital