ନକଲି ପୋଲିସ ଡିଏସପିଙ୍କୁ ବନ୍ଧିଲା ଅସଲି ପୋଲିସ ।

ନକଲି ପୋଲିସ ସବ୍‌-ଇନସ୍‌ପେକ୍ଟର ମାନସ ରଞ୍ଜନ ସେନାପତି । ଘର ଭଦ୍ରକ ବାସୁଦେବପୁର ଅଞ୍ଚଳରେ ହୋଇଥିବା ବେଳେ ଭୁବନେଶ୍ୱରରେ ଖାରବେଳନଗର ଥାନା ଅଞ୍ଚଳରେ ଥିବା ମଧୁସୂଦନ ନଗରରେ ରହୁଥିଲା । ମାନସ ନକଲି ପୋଲିସ ପରିଚୟ ପତ୍ର ଦେଖାଇ ଲୋକଙ୍କୁ ଚାକିରି ଦେବା ନାଁରେ ଠକୁଥିଲା ।ଏଭଳି ଅଭିଯୋଗ ପରେ ପରେ ତାଙ୍କୁ ପୋଲିସ ଗିରଫ କରିଛି । ସହିଦନଗର ଅଞ୍ଚଳରୁ ନାଇଟ ବ୍ଲକିଂ ଚେକିଂ ବେଳେ ତାଙ୍କୁ ପୋଲିସ ଧରିଥିବା ଜଣାପଡିଛି ।

ତାଙ୍କ ନିକଟରୁ ପୋଲିସ ୟୁନିଫର୍ମ, ନକଲି ନିଯୁକ୍ତି ପତ୍ର, ୨ ଲକ୍ଷରୁ ଅଧିକ ନକଲି ଟଙ୍କା, ନକଲି ପୋଲିସ ଆଇକାର୍ଡ, କାର୍, ଲାପଟପ୍, ମୋବାଇଲ ଫୋନ ଜବତ ହୋଇଛି l କେତେଜଣଙ୍କୁ ମାନସ ଠକିଛି ଓ କେତେ ଟଙ୍କା ଠକିଛି ତାହାକୁ ନେଇ କୌଣସି ସୂଚନା ମିଳିପାରନାହିଁ ।

ଅଧିକ ପଢନ୍ତୁ

kc ads