ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼ ।

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ନୂଆ ଟ୍ୱିଷ୍ଟ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବ ଦାସଙ୍କ ପତ୍ନୀ । ଏକ ମେଲ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ସମୟ ମାଗିଛନ୍ତି ମୀନତି ଦାସ । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ପ୍ରସଙ୍ଗରେ ଲିଖିତ ଆବେଦନ କରିପାରନ୍ତି ନବ ଦାସଙ୍କ ପତ୍ନୀ । ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରାଯାଇଛି। ଇ-ମେଲରେ ନବ ଦାସଙ୍କ ପତ୍ନୀ ସମୟ ମାଗିଛନ୍ତି। ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରାଯାଇଥିବା ଜଣାପଡ଼ିଛି। ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହଚନ ଚରଣ ମାଝୀଙ୍କୁ ଇ-ମେଲ କରାଯାଇଥିବା ଏବଂ ଚିଠି ଲେଖାଯାଇଥିବା ନେଇ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କ ସୂଚନା ଦେଇଛନ୍ତି।

ଅଧିକ ପଢନ୍ତୁ

kc ads