ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ାରେ ପୁଣି କ୍ରାଇମବ୍ରାଞ୍ଚ ଟିମ୍‌

ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁନଃ ତଦନ୍ତ ଆରମ୍ଭ ହୋଇଛି। ଆଜି ଝାରସୁଗୁଡ଼ାରେ ପହଞ୍ଚି କ୍ରାଇମବ୍ରାଞ୍ଚ ଟିମ୍ ଖୋଳତାଡ଼ ଆରମ୍ଭ କରିଛି । ଝାରସୁଗୁଡ଼ାରେ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସପି ବିଜୟ ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍ ପଚରାଉଚରା ଆରମ୍ଭ କରିଛି।ରାଜପୁର ପଞ୍ଚାୟତ ସରପଞ୍ଚ ସରସ୍ଵତୀ ନାୟକଙ୍କ ସ୍ବାମୀ ଗଣେଶ ବାଗ ଓ ଗୋପାଳଙ୍କ ମୋବାଇଲରୁ ଶେଷ କଲ୍ ଯାଇଥିବା ରାଜପୁରର ପ୍ରବୀଣ ଦେଓଙ୍କ ବୟାନ ରେକର୍ଡ କରିଛି କ୍ରାଇମବ୍ରାଞ୍ଚ। କାହିଁକି ଓ କେଉଁ ପରିସ୍ଥିତିରେ ନବ ଦାସ୍ ହତ୍ୟାକାଣ୍ଡର କିଛି ସମୟ ପୂର୍ବରୁ ଅଭିଯୁକ୍ତ ଗୋପାଳ ଦାସ ଶ୍ରୀ ଦେଓଙ୍କୁ ଫୋନ୍ କରିଥିଲା ସେନେଇ ଜାଣିବାକୁ ଚେଷ୍ଟା କରିଛି କ୍ରାଇମବ୍ରାଞ୍ଚ। ଏହି ତଦନ୍ତ ପର୍ଯ୍ୟାୟରେ କ୍ରାଇମବ୍ରାଞ୍ଚ ଆଉ କାହାକୁ ଜେରା କରିବ ସେନେଇ ଏବେ ସୁଦ୍ଧା ସ୍ପଷ୍ଟ ହୋଇପାରିନି।

ଅଧିକ ପଢନ୍ତୁ

kc ads