ନଭେମ୍ବର ୨୬ରୁ ଡିସେମ୍ବର ୩୧ ବିଧାନସଭା ଶୀତ ଅଧିବେଶନ ।

ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ । ନଭେମ୍ବର ୨୬ରେ ଅତିରିକ୍ତ ବଜେଟ ଉପସ୍ଥାପନା କରାଯିବ । ଏନେଇ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ଜାରି କରାଯାଇଛି । ଡିସେମ୍ବର ୩୧ ଯାଏଁ ଚାଲିବ ଏହି ଶୀତ କାଳୀନ ଅଧିବେଶନ ।ସୂଚନାଯୋଗ୍ୟ, ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଗତ ସେପ୍ଟେମ୍ବର ୧୧ ତାରିଖରେ ଶେଷ ହୋଇଥିଲା। ଜୁଲାଇ ୨୨ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜୁଲାଇ ୩୧ ତାରିଖ ଯାଏ ଚାଲିଥିଲା। ଅଗଷ୍ଟ ୨୦ରୁ ଆରମ୍ଭ ହୋଇଥିବା ଦ୍ବିତୀୟ ପର୍ଯ୍ୟାୟରେ ସେପ୍ଟେମ୍ବର ୧୧ ତାରିଖରେ ଶେଷ ହୋଇଥିଲା।

ଅଧିକ ପଢନ୍ତୁ

kc ads