ନର୍ସିଂ ଅଫିସରଙ୍କୁ ଆନ୍ଦୋଳନରୁ ଓହରିଯିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିବେଦନ

ରାଜ୍ୟରେ ନର୍ସିଂ ଅଫିସରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଉପରେ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ନର୍ସିଂ ଅଫିସରଙ୍କୁ ଆନ୍ଦୋଳନରୁ ଓହରିଯିବାକୁ ଅନୁରୋଧ କରିଛନ୍ତି । ସରକାର ପ୍ରଥମ ଦଫାରେ ୧୦୨୨ ଜଣ ନର୍ସଙ୍କୁ ପଦୋନ୍ନତି ଦେଇଛନ୍ତି । ସେମାନଙ୍କ ଦାବି ପ୍ରତି ସରକାର ସକରାତ୍ମକ ବିଚାର କରୁଛନ୍ତି । ଏନେଇ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇଛି । ଏନେଇ ଆଲୋଚନା ଓ ବିଚାରବିମର୍ଶ ଜାରି ରହିଛି ବୋଲି ମନ୍ତ୍ରୀ କହିଛନ୍ତି । ତେବେ ୧୦ ଦଫା ଦାବିରେ ଅଟଳ ନର୍ସିଂ ଅଫିସର । ରୋଗୀ ସେବା ଗୁରୁତର ପ୍ରଭାବିତ । ରାଜ୍ୟରେ ନର୍ସିଂ ଅଫିସରଙ୍କ ଆନ୍ଦୋଳନ ଚତୁର୍ଥ ଦିନରେ ପହଞ୍ଚିଛି। ୧୫ ହଜାରରୁ ଅଧିକ ନର୍ସିଂ କର୍ମଚାରୀ ଏଥିରେ ସାମିଲ ହୋଇଛନ୍ତି ।

ଫଳରେ ରାଜ୍ୟର ସମସ୍ତ ମେଡିକାଲ କଲେଜ ହସପିଟାଲ୍ ଓ ଜିଲ୍ଲା ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ପ୍ରଭାବିତ ହୋଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ଦାବି ଉପରେ ଆଲୋଚନା ପାଇଁ ରାଜ୍ୟ ସରକାର ଏକ ଅନ୍ତଃବିଭାଗୀୟ କମିଟି ଗଠନ କରିଛନ୍ତି।

ଅଧିକ ପଢନ୍ତୁ