ନୂଆ ବର୍ଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି ।

ନୂତନ ବର୍ଷ ୨୦୨୫ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ ମିଳୁ। ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ପୋଷ୍ଟରେ କହିଛନ୍ତି । ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା । ୨୦୨୫ ବର୍ଷ ସମସ୍ତଙ୍କ ପାଇଁ ସୁଖ, ସୌହାର୍ଦ୍ଦ୍ୟ ଏବଂ ସମୃଦ୍ଧତା ଆଣ । ଏହି ଅବସରରେ, ଆସନ୍ତୁ ଭାରତ ଏବଂ ବିଶ୍ୱ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ଅନ୍ତର୍ଭୂକ୍ତ ଏବଂ ସ୍ଥାୟୀ ଭବିଷ୍ୟତ ଗଠନ ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ଆମର ପ୍ରତିବଦ୍ଧତାକୁ ନବୀକରଣ କରିବା ।

ଅଧିକ ପଢନ୍ତୁ