ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରଠାରୁ ପାକିସ୍ତାନର ବେଳା ଖରାପ୍ । ଦୈନିକ ନୂଆ ନୂଆ ସମସ୍ୟା ପାକିସ୍ତାନର ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ତେବେ ପାକିସ୍ତାନ ସେନା ଗାଡି ଉପରେ ଆଇଇଡି ବିସ୍ଫୋରଣ ହୋଇଛି । ୧୨ ରୁ ଅଧିକ ପାକ୍ ଯବାନଙ୍କ ମୃତ୍ୟୁ । ଆକ୍ରମଣ ପଛରେ ଭାରତର ହାତ ଥିବା କହିଲା ପାକିସ୍ତାନ । ପାକିସ୍ତାନୀ ସେନା ଗାଡି ଯାଉଥିବା ବେଳେ ଆଇଇଡି ବିସ୍ଫୋରଣ କରି ଉଡାଇଦେଇଛି ବଲୁଚି ଆକ୍ରମଣ । ଆକ୍ରମଣରେ କିଛି ସ୍ପେଶାଲ ଅପରେସନ କମାଣ୍ଡର ସହ ସୈନିକଙ୍କ ମୃତ୍ୟୁ ହୋଇଛି । ରିମୋଟ କଂଣ୍ଟ୍ରୋଲ ଅସ୍ତ୍ରଶସ୍ତ୍ର ଜରିଆରେ ବଲୁଚିସ୍ତାନର ସ୍ବାଧୀନତା ସଂଗ୍ରାମୀମାନେ ଆକ୍ରମଣ କରିଥିବା କହିଛି ବିଏଲଏ । ସୈନିକମାନେ ଏକ ସାମରିକ ଅଭିଯାନ ପାଇଁ ଯାଉଥିବା ସମୟରେ ଏହି ଆକ୍ରମଣ କରାଯାଇଥିଲା। ବଲୁଚ ଲିବେରେସନ ଆର୍ମିକୁ ଭାରତର ପ୍ରୋକ୍ସି ସଙ୍ଗଠନ ବୋଲି କହଛି ପାକ ସେନା ।
