ଛତିଶଗଡ଼ରେ ପୁଣି ଏନ୍କାଉଣ୍ଟର । ଛତିଶଗଡ଼ ବିଜାପୁର ଓ ଦାନ୍ତେଓ୍ୱାଡ଼ା ସୀମାନ୍ତରେ ପୁଣି ଥରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଯେଉଁଥିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମହିଳା ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଗତକାଲି ଛତିଶଗଡ ଦାନ୍ତେୱାଡା ରେ ଯବାନଙ୍କ ଏନକାଉଣ୍ଟରରେ ମଧ୍ୟ ୩ ମାଓବାଦୀ ନିପାତ ହୋଇଥିଲେ । ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମରେ ଟଳି ପଡିଥିଲେ ୩ ମାଓବାଦୀ । ବିଜାପୁର-ଦାନ୍ତେୱାଡା ସୀମାବର୍ତ୍ତୀ ଜଂଗଲ ରେ ଗୁଳି ବିନିମୟ ଚାଲିଥିଲା । କେବଳ ସେତିକି ନୁହେଁ ଘଟଣାସ୍ଥଳରୁ ବିପୁଳ ପରିମାଣରେ ମାରଣାସ୍ତ୍ର ଜବତ କରିଥିଲେ ସୁରକ୍ଷା କର୍ମୀ । ଅନ୍ୟପଟେ ଏନ୍କାଉଣ୍ଟର ନିକଟବର୍ତ୍ତୀ ଅଞ୍ଚଳରେ ଅଧିକ ମାଓବାଦୀ ଲୁଚି ରହିଥିବା ଆଶଙ୍କା ରହିଛି । ଯାହାକୁ ଦୃଷ୍ଟିରେ ରଖି ସୁରକ୍ଷାକର୍ମୀ ଓ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଥିବା ସୂଚନା ଦେଇଛନ୍ତି ଯତୀନ୍ଦ୍ର ଯାଦବ ।
