ପୋଲାଭରମ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ବୈଠକ ନେଇ କୌଣସି ସୂଚନା ନାହିଁ : ମୁଖ୍ୟମନ୍ତ୍ରୀ

ଆସନ୍ତା ୨୮ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ସହ ପୋଲାଭରମ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ ନେଇ ନାହିଁ କୌଣସି ସୂଚନା । ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ସେମିତି କିଛି ବାର୍ତ୍ତା ମୋ ପାଖରେ ନାହିଁ । ସୂଚନାମୁତାବକ ଆସନ୍ତା ୨୮ ତାରିଖରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପୋଲାଭରମ ବିବାଦ ନେଇ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦି । ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା ଏବଂ ଛତିଶଗଡ଼ର ମୁଖ୍ୟମନ୍ତ୍ରୀଙ୍କ ସହିତ ପୋଲାଭରମ୍ ପ୍ରକଳ୍ପ ବିଷୟରେ ଆଲୋଚନା କରିବା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି ମୋଦି ଯାହା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହୋଇଛି।

ଅଧିକ ପଢନ୍ତୁ

kc ads