ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ରେଜଲ୍ଟ, ଜାଣନ୍ତୁ କିପରି ଦେଖିବେ

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଦ୍ୱାରା ୨୦୨୫ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଏହି ରେଜଲ୍ଟ ଅପରାହ୍ନ ୪ଟାରେ କଟକସ୍ଥିତ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ କରାଯାଇଛି । ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏହା ପରେ, ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ସେମାନଙ୍କର ଫଳାଫଳ ଦେଖିପାରିବେ।ଛାତ୍ରଛାତ୍ରୀମାନେ ସେମାନଙ୍କର ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ। ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ଉପଲବ୍ଧ ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଏଥିପାଇଁ ଛାତ୍ରଛାତ୍ରୀମାନେ ନିର୍ଦ୍ଦିଷ୍ଟ ନମ୍ବରକୁ ମେସେଜ ପଠାଇପାରିବେ

ଅଧିକ ପଢନ୍ତୁ

kc ads