ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା

ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। । ବିମାନବନ୍ଦରରେ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀଙ୍କ ଉପସ୍ଥିତ ଥିଲେ। ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ସାରା ଗାଁ ଶୋକରେ ବୁଡିଛି, ଆଉ ପ୍ରଶାନ୍ତଙ୍କ ଶେଷ ଦର୍ଶନ ପାଇଁ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶେଷ ଦର୍ଶନରେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ଅନ୍ୟ କିଛି ଦଳୀୟ ନେତା । ମୁଖ୍ୟମନ୍ତ୍ରୀ ପ୍ରଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶେଷ ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ନିଜେ ଭାବବିହ୍ୱଳ ହୋଇପଡିଥିଲେ ।। ମୃତ ପ୍ରଶାନ୍ତଙ୍କ ପରିବାର ବର୍ଗଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷର ସହାୟତ ରାଶି ଘୋଷଣା। ଏଥିସହ ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ଚାକିରି ମିଳିବା ସହ ପୁଅର ପାଠପଢ଼ା ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।

ଅଧିକ ପଢନ୍ତୁ

kc ads