ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍ ପ୍ରସଙ୍ଗକୁ ନେଇ ଏକ ଖବର ସାମ୍ନାକୁ ଆସିଛି। ବିଷ୍ଣୁପଦ ଓ ତାଙ୍କ ପରିବାରର ଅନ୍ତରୀଣ ସୁରକ୍ଷା ବଢିଛି। ଅନ୍ତରୀଣ ସୁରକ୍ଷା ବଢାଇଛନ୍ତି ହାଇକୋର୍ଟ।ଆସନ୍ତା ମେ ୬ ତାରିଖରେ ହାଇକୋର୍ଟ ଶୁଣାଣି କରିବେ।ସୂଚନାମୁତାବକ, ଟେଣ୍ଡର ଫିକ୍ସିଂ ମାମଲାରେ ଗତ ୧୮ ତାରିଖରେ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା ସବିଆଇର ୮ ଜଣିଆ ଟିମ୍ । ଟେଣ୍ଡର ଫିକ୍ସିଂ ମାମଲାରେ ବାରାମ୍ବାର ସମନ ପରେ ମଧ୍ୟ ହାଜର ହେଉନଥିଲେ ବିଷ୍ଣୁପଦ ସେଠୀ । ଏହାପରେ ତାଙ୍କ ବାସଭବନରେ ଚଢ଼ାଉ କରିଥିଲା ସିବିଆଇ । ପୂର୍ବରୁ ବିଭିନ୍ନ ପ୍ରସଙ୍ଗ ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିବାବେଳେ ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ତନାଘନା ଚାଲିଥିଲା ।
