ନୟାଗଡ଼ ଜିଲ୍ଲା ଗଣିଆ ଥାନା ଅନ୍ତର୍ଗତ କୃଷ୍ଣପଲୀ ଗାଁରେ ବାଣ ତିଆରି କରୁଥିବା ବେଳେ ଭୟଙ୍କର ବିସ୍ଫୋରଣ ଘଟିଛି । ବିସ୍ଫୋରଣ ଫଳରେ ତିନି ଜଣ ଗୁରୁତର ହୋଇଛନ୍ତି ।ବିସ୍ଫୋରଣରେ ଜଣେ ମହିଳାଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ଭିତରୁ ଜଣେ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି | ଗତକାଲି ଅପରାହ୍ନରେ ବାଣ ଭିଡିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଥିଲା
