ବିଜେଡିର ୨୮ତମ ଫାଉଣ୍ଡେସନ ଡେ । ୨୭ ବର୍ଷର ସେବା ଦେଇଥିବା ବିଡେଡି ଦଳର ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହାସହ ଶଙ୍ଖ ଭବନରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।ସେ କହିଛନ୍ତି ଓଡ଼ିଶାବାସୀଙ୍କ ବିଶ୍ୱାସ ଓ ଭରସାକୁ ଅତୁଟ ରଖି ବିଜୁ ଜନତା ଦଳ ଦୃଢ଼ତା ସହ ଆଗକୁ ବଢ଼ୁଛି । ପ୍ରତିଟି କର୍ମୀଙ୍କ ନିଷ୍ଠା ଓ ଉତ୍ସର୍ଗୀକୃତ କାର୍ଯ୍ୟ ବିଜୁ ଜନତା ଦଳକୁ ଶ୍ରେଷ୍ଠ ଆଞ୍ଚଳିକ ଦଳର ପରିଚୟ ଦେଇଛି । ଓଡ଼ିଶାର ହକର ଲଢ଼େଇରେ ବିଜୁ ଜନତା ଦଳ କେବେ ପଛଘୁଞ୍ଚା ଦେବ ନାହିଁ । ଦଳର ୨୮ତମ ପ୍ରତିଷ୍ଠା ଦିବସରେ ଆସନ୍ତୁ ସଙ୍କଳ୍ପବଦ୍ଧ ହେବା ଏକ ହୋଇ ଓଡ଼ିଶାବାସୀଙ୍କ ସେବାରେ ଲଢ଼େଇକୁ ସମସ୍ତେ ଜୋରଦାର କରିବାକୁ ନବୀନ ଆହ୍ବାନ ଦେଇଛନ୍ତି ।