ଭିସୁଟ୍‌ର ଆସୋସିଏସଟ୍ ପ୍ରଫେସର ନିଲମ୍ବିତ।

ବୁର୍ଲା ଭିସୁଟ ପ୍ରଫେସର ନିଲମ୍ବିତ । ହ୍ୟୁମାନିଟିଜ୍ ବିଭାଗର ସହଯୋଗୀ ପ୍ରଫେସର ଡ. ଜୟପ୍ରକାଶ ପରମଗୁରୁଙ୍କୁ ନିଲମ୍ବନ କରିଛନ୍ତି କୁଳପତି । କ୍ଲାସ ନ କରି ନିଶାସକ୍ତ ଅବସ୍ଥାରେ କାର୍ଯ୍ୟାଳୟକୁ ଆସିବା, ନିଶାଶକ୍ତ ଅବସ୍ଥାରେ କ୍ଲାସ ରୁମରେ ଶୋଇବା ଅଭିଯୋଗରେ ନିଲମ୍ବିତ କରାଯାଇଥିବା ପତ୍ରରେ ଦର୍ଶାଯାଇଛି । ଏହି ନିଲମ୍ବନ ସମୟରେ ସେ ପାଠ ପଢାଇ ପାରିବେ ନାହି। ମୁଖ୍ୟ କାର୍ଯ୍ୟାଳୟକୁ ଆସି ଛୁଟିଦିନ ବ୍ୟତୀତ ଅନ୍ୟ ସବୁଦିନ ବାୟୋମେଟ୍ରିକ୍ଟରେ ଦିନ‌କୁ ଦୁଇଥର ଉପସ୍ଥାନ ପକାଇବାକୁ ନିର୍ଦେଶ ଦିଆଯାଇଛି। କୁଳପତିଙ୍କ ବିନା ଅନୁମତିରେ ସେ ଛୁଟିରେ ଯାଇପାରିବେ ନାହିଁ ବୋଲି ସ୍ପଷ୍ଟ ନିର୍ଦେଶ ରହିଛି।

ଅଧିକ ପଢନ୍ତୁ

kc ads