ପହଲଗାଓଁ ଆକ୍ରମଣକୁ ନେଇ ଭାରତ ପାକିସ୍ତାନ ଉପରେ ବହୁ କୂଟନୈତିକ କଟକଣା ଲାଗୁ କରିଛି। ତେବେ ଭୁବନେଶ୍ବରରେ ରହୁଛନ୍ତି ପାକିସ୍ତାନୀ ମହିଳା । ମହିଳାଙ୍କୁ ଦେଶ ଛାଡ଼ି ଯିବାକୁ ଦିଆଯାଇଛି ନୋଟିସ୍ । ତେବେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କ ଭିସା ଅବଧି ୨୦୨୪ରେ ଶେଷ ହୋଇଯାଇଛି । ଯେଉଁଥିପାଇଁ ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ଲାଗି exit permit ପାଇଁ କମିଶନରେଟ ପୋଲିସ ନିକଟରେ ଆବେଦନ କରିଥିଲେ । କିନ୍ତୁ ତାଙ୍କ ଆବେଦନ ପଡ଼ି ରହିଥିଲା । ଏବେ ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ସମସ୍ତ ପାକିସ୍ତାନୀ ଭାରତ ଛାଡିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କୁ ମଧ୍ୟ ଭୁବନେଶ୍ବର ଛାଡି ଯିବା ପାଇଁ ପୋଲିସ ନୋଟିସ କରିଛି ।
