ଭୁବନେଶ୍ୱରରେ ପହଞ୍ଚିଲେ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ ।

ଭୁବନେଶ୍ୱରରେ ପହଞ୍ଚିଲେ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ । ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ସେ ପୁରୀ ବାହାରିଛନ୍ତି । ମହାକୁମ୍ଭ ମେଳା ପରେ ପୁରୀ ରଥଯାତ୍ରାରେ ଆଦାନୀ ଗ୍ରୁପ ପକ୍ଷରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ସେବା ପ୍ରଦାନ କରାଯିବ । ଏଥିସହିତ କମ୍ପାନିର ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମରେ ମଧ୍ୟ ଭାଗନେବେ। ଏକ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଶ୍ରୀ ଆଦାନୀ ପୁରୀସ୍ଥିତ ହୋଟେଲ ମେ ଫେୟାରରୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ମଧ୍ୟାହ୍ନ 12ଟାରେ ବାହାରିବେ। ସେଠାରେ ରଥାରୂଢ଼ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ସହ ଚକ୍ରରାଜ ସୁଦର୍ଶନଙ୍କୁ ଦର୍ଶନ ଓ ପୂଜା କରିବେ।

ଅପରାହ୍ନ 2ଟା 50 ମିନିଟରେ ମହୋଦଧିରେ ଯାତ୍ରୀମାନଙ୍କୁ ସୁରକ୍ଷା ପ୍ରଦାନ କରୁଥିବା ଲାଇଫଗାର୍ଡମାନଙ୍କ ସହିତ ଆଲୋଚନା କରିବେ। ଏବଂ 3ଟା 10 ବେଳକୁ ସେ ଭୁବନେଶ୍ବର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାଯାଇଛି। ତେବେ ଲୋକଙ୍କ ଧାର୍ମିକ ଭାବନାକୁ ସମ୍ମାନ ଦେଇ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଆଦାନୀ ଗ୍ରୁପ ସେବା ଯୋଗାଇବା ପାଇଁ ନିଷ୍ପତ୍ତି ନେଇଛି ।

ଅଧିକ ପଢନ୍ତୁ

kc ads