ମହାକୁମ୍ଭରେ ଆଜି ବସନ୍ତୀପଞ୍ଚମୀ ଅମୃତସ୍ନାନ

ମହାକୁମ୍ଭରେ ବସନ୍ତ ପଞ୍ଚିମୀ ଅମୃତସ୍ନାନ ଆରମ୍ଭ ହୋଇଯାଇଛି । ହଜାର ହଜାର ସାଧୁ ସନ୍ଥ ଓ ଶ୍ରଦ୍ଧାଳୁ ପ୍ରୟାଗରାଜର ସଙ୍ଗମସ୍ଥଳରେ ଆସ୍ଥା ଓ ବିଶ୍ୱାସର ପବିତ୍ର ବୁଡ ପକାଉଛନ୍ତି । ପ୍ରୟାଗରାଜ ପାଲଟିଯାଇଛି ଜନ ସମୁଦ୍ର । ମୌନି ଅମାବାସ୍ୟାର ହୋଇଥିବା ଅଘଟଣ ଯେପରି ଆଉ ରିପିଟ୍ ନହେବ, ସେନେଇ ଉତ୍ତର ପ୍ରଦେଶ ସରକାରଙ୍କ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

ପ୍ରୟାଗରାଜକୁ ନୋ-ଭେହିକିଲ୍ ଜୋନ୍ ଘୋଷଣା କରାଯାଇଛି । ଭିଭିଆଇପି ପାସ୍‌କୁ ହଟାଇ ଦିଆଯାଇଛି । ଉତ୍ତର ପ୍ରଦେଶ ସରକାରଙ୍କ ତଥ୍ୟ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି । ମାନ୍ୟତା ଅନୁସାରେ ମହାକୁମ୍ଭ ବସନ୍ତ ପଞ୍ଚମୀର ଅମୃତସ୍ନାନ ୧୪୪ ବର୍ଷ ପରେ ପଡିଛି ଏହି ସଂଯୋଗ । ମହାକୁମ୍ଭ ଅମୃତସ୍ନାନରେ ବୁଡ଼ ପକାଇଲେ ମାତା ସରସ୍ୱତୀଙ୍କ ବରଦାନ ପାଇବା ସହ ଜ୍ଞାନ ଓ ଶକ୍ତି ପ୍ରାପ୍ତ ହୋଇଥାଏ ବୋଲି ବିଶ୍ୱାସ ରହିଛି ।

ଅଧିକ ପଢନ୍ତୁ