ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି । ବଡ଼ ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି, ଅନ୍ୟ ରାଜ୍ୟଗୁଡ଼ିକ ଭ୍ରମଣ କରିଛନ୍ତି ଅବକାରୀ ଅଧିକାରୀ । ଦୁଇ ରାଜ୍ୟକୁ ଗସ୍ତ କରି ଫେରିଛନ୍ତି ପ୍ରତିନିଧି ଦଳ । ଦିନେ , ଦୁଇଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କୁ ତଥ୍ୟ ଦିଆଯିବ । ବର୍ତ୍ତମାନ ପୁରୁଣା ଅବକାରୀ ନୀତି ବଳବତ୍ତର ରହିଛି । ନୂଆ ନୀତିରେ ଚୋରା ମାଦକ ଦ୍ରବ୍ୟ ବିକ୍ରି ଉପରେ ରୋକ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସମ୍ପୂର୍ଣ୍ଣ ଓଡ଼ିଶାରେ ଚଢ଼ଉକୁ ଜୋରଦାର କରାଯାଇଛି । ଅକ୍ଟୋବର ୨ ଅର୍ଥାତ ଗାନ୍ଧୀ ଜୟନ୍ତୀରୁ ସଚେତନତା କାର୍ଯ୍ୟକ୍ରମ ‘ନିଶା ନୁହେଁ ଜୀବନ’ ମାସେ ବ୍ୟାପି ଚାଲିବ ।
