ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗର ବିଜ୍ଞପ୍ତି । ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜ କୁମାର ସାହୁ ନିଯୁକ୍ତି । ୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ମନୋଜ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍‌ ଅଧିକାରୀ। ମନୋଜ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା। ସେ ବିଭିନ୍ନ ସମ୍ବେଦନଶୀଳ ଜିଲାରେ ଜିଲାପାଳ, କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟରେ ହର ଘର୍ ଜଲ୍‌ରେ କାମ କରି ଖୁବ୍ ପ୍ରଶଂସିତ ହୋଇଛନ୍ତି ।

ଅଧିକ ପଢନ୍ତୁ