ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ହରିଶ୍‌ ଟଣ୍ଟନ ।

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ। ହାଇକୋର୍ଟ ପରିସରରେ ଶପଥ ପାଠ କରାଇଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ଏହି ଅବସରରେ ହାଇକୋର୍ଟରେ ବରିଷ୍ଠ ବିଚାରପତି, ମୁଖ୍ୟମନ୍ତ୍ରୀ ଏବଂ ଆଇନ୍‌ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହିଥିଲେ । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରେ ଥିବା ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ ଗତ ଜାନୁଆରୀ ୧୯ ତାରିଖରେ ଅବସର ଗ୍ରହଣ ଏହି ପଦ ଖାଲିପଡିଥିଲା। ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ନିଯୁକ୍ତ କରିଥିଲେ ରାଷ୍ଟ୍ରପତି।ଗତ ଜାନୁଆରୀ ୧୯ ରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଓଡିଶା ହାଇକୋର୍ଟରୁ ଅଵସର ନେବା ପରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ରହିଛି । ସେବେଠାରୁ ଜଷ୍ଟିସ ଅରିନ୍ଦମ ସିହ୍ନା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ ।

ଅଧିକ ପଢନ୍ତୁ

kc ads