ରାଜଧାନୀରେ ହଷ୍ଟେଲ ରୁମ୍‌ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ରାଜଧାନୀରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର । ରୁମ୍‌ର ଫ୍ୟାନରୁ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ ।ମୃତା ଛାତ୍ରୀଜଣକ +୨ ଦ୍ୱିତୀୟ ବର୍ଷର ଛାତ୍ରୀ। ଉତ୍କଳିକା ସ୍ୱାଇଁ ବୋଲି ଜଣାଯାଇଛି |ଉତ୍କଳିକା ରହୁଥିବା ରୁମ୍‌ରେ ୩ ଜଣ ରହୁଥିବାବେଳେ ଅନ୍ୟ ୨ ଜଣ ଛୁଟିରେ ଗାଁକୁ ଯାଇଥିଲେ । ତେବେ ଉତ୍କଳିକାଙ୍କ ମୃତ୍ୟୁ ସଂପର୍କରେ କିଛି ସ୍ପଷ୍ଟ ସୂଚନା ମିଳିନି । ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ ପୁଲିସ୍‌ ପହଞ୍ଚି କବାଟ ଭାଙ୍ଗି ଉତ୍କଳିକାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲା। ପୁଲିସ୍‌ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତାଙ୍କ ପରିବାର ଲୋକେ ଝିଅର ଏପରି ମୃତ୍ୟୂକୁ ସହଜେ ଗ୍ରହଣ କରି ପାରି ନାହାନ୍ତି।

ଅଧିକ ପଢନ୍ତୁ