ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କଲେ ମନମୋହନ ସାମଲ।

ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ରାଜା ଚକ୍ରଙ୍କ ଓକିଲ ସୀତାଂଶୁ ଦ୍ବିବେଦୀଙ୍କ ନାଁରେ ସେ ମୋକଦ୍ଦମା ଦାୟର କରିଛନ୍ତି। । ସିତାଂଶୁ ଦ୍ବିବେଦୀଙ୍କ ବୟାନ ଉପରେ ମାନହାନୀ ମକଦ୍ଦମା ଦାୟରକ କଲେ ମନମୋହନ ।ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାର ତଦନ୍ତ କ୍ରାଇମ ବ୍ରାଞ୍ଚ (ଅର୍ଥନୈତିକ ଶାଖା) ପକ୍ଷରୁ ଚାଲିଛି। ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ର ସମେତ ୪ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ତେବେ ଏହି ଘଟଣାରେ ତଦନ୍ତକାରୀ ସଂସ୍ଥା ରାଜା ଚକ୍ରଙ୍କୁ ଅଧିକ ପଚରାଉଚରା କରିବାକୁ ଶୁକ୍ରବାର ସ୍ଥାନୀୟ ଏସଡିଜେଏମ କୋର୍ଟରେ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିବା ସୂଚନା ମିଳିଛି।ତେବେ କେନ୍ଦୁଝର ଶୁଆକାଟି ସ୍ଥିତ ଗନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋଅପରେଟିଭ ସୋସାଇଟିର ସଦସ୍ୟ ନଥାଇ ରାଜା ଚକ୍ର ଓ ତାଙ୍କ ସହଯୋଗୀ କୋଟି କୋଟି ଟଙ୍କା ଅତ୍ମସାତ କରିଥିବା ଅଭିଯୋଗ ହୋଇଥିଲା । ପଚରାଉଚରା ପରେ ରାଜାଚକ୍ରଙ୍କୁ ବାନ୍ଧିଥିଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ।

ଅଧିକ ପଢନ୍ତୁ

kc ads